Indus Valley Times

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା, ପାଣିପାଗ ବିଭାଗର ଆଲର୍ଟ

 Breaking News

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା, ପାଣିପାଗ ବିଭାଗର ଆଲର୍ଟ

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା, ପାଣିପାଗ ବିଭାଗର ଆଲର୍ଟ
June 29
10:55 2025

ଭୁବନେଶ୍ୱର, ୨୯/୬ : ଆଜିଠୁ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ।
ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଆଡ଼କୁ ଏହା ଗତି କରିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦେଇଛି। ଏପରିକି ଆଜି ମଧ୍ୟ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆଜି ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି, ବିଜୁଳି ମାରିବ। ୩୦ ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୩ ଜିଳ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ତେବେ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ ତାରିଖ ପର‌୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031