Indus Valley Times

ପୁରୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଆଉ ରହିବନି ପୌରାଞ୍ଚଳ ମାନ୍ୟତା, ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ

 Breaking News

ପୁରୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଆଉ ରହିବନି ପୌରାଞ୍ଚଳ ମାନ୍ୟତା, ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ

ପୁରୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଆଉ ରହିବନି ପୌରାଞ୍ଚଳ ମାନ୍ୟତା, ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
July 04
19:04 2025

ଭୁବନେଶ୍ୱର,୪/୭: ପବିତ୍ର ରଥଯାତ୍ରା ଅବସରରେ ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ପୁରୀ ଜଗନ୍ନାଥ ଧାମ ମହାନଗର ନିଗମ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏପରିକି ପୁରୀ ସହରକୁ ନୂଆ ଢାଞ୍ଚାରେ ଗଡ଼ିବାର ଆବଶ୍ୟକତା ରହିଛି। ୨୦୩୬ ସୁଦ୍ଧା ପୁରୀ ସୁନ୍ଦର, ସବୁଜ ଓ ବିକଶିତ ହେବ। ସମୃଦ୍ଧ ପୁରୀ ବିନା ବିକଶିତ ଓଡ଼ିଶା ସମ୍ଭବ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଅନ୍ୟପକ୍ଷେ ପୁରୀ ସହରରେ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ କେନ୍ଦ୍ର ରହିବ।
ପରିସରରେ ୩୦୦ ଆସନ ବିଶିଷ୍ଟ ଅଡିଟୋରିୟମ ପ୍ରତିଷ୍ଠା ହେବ। ଅଡିଟୋରିୟମରେ ପ୍ରତିଦିନ ଲାଇଟ ଆଣ୍ଡ ସାଉଣ୍ଡ ଶୋ’ ପ୍ରଦର୍ଶିତ ହେବ। ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁକ୍ତାକାଶ ରଙ୍ଗମଞ୍ଚରେ କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର‌୍ୟ୍ୟକ୍ରମ ପରିବେଷଣ ହେବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031