Indus Valley Times

ଖୋର୍ଦ୍ଧାର ପୂର୍ବତନ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କୁ ବିଦାୟୀ ସମ୍ବର୍ଦ୍ଧନା

 Breaking News

ଖୋର୍ଦ୍ଧାର ପୂର୍ବତନ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କୁ ବିଦାୟୀ ସମ୍ବର୍ଦ୍ଧନା

July 14
10:19 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା, ୧୪/୭: ରବିବାର ପୂର୍ବାହ୍ନରେ ପୁରୀ ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ପୂର୍ବତନ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କୁ ଖୋର୍ଦ୍ଧା ଜିଲ୍ଲାପ୍ରଶାସନ ଓ ଖୋର୍ଦ୍ଧା କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।
ଭାରାପ୍ରାପ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ବୈଠକରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗାରିକା ନାଥ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର, ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଉପଜିଲ୍ଲାପାଳ, ଖୋର୍ଦ୍ଧା, ଶ୍ରୀ କିଶୋର କୁମାର ପଣ୍ଡା, ଉପଜିଲ୍ଲାପାଳ, ଭୁବନେଶ୍ୱର ଡ. ମନୋରଞ୍ଜନ ସାହୁ, ଅବକାରୀ ଅଧିକ୍ଷକ, ଖୋର୍ଦ୍ଧା ଶ୍ରୀମତୀ ସୁମିତ୍ରା ତ୍ରିପାଠୀ, ଆରକ୍ଷୀ ଅଧିକ୍ଷକ, ଭୁବନେଶ୍ବର,ଶ୍ରୀ ଦେବାଶିଷ ପଟେଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ , ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ, ଶିବଲାଲ ସାହୁ,ଡେପୁଟି କଲେକ୍ଟର, ଜରୁରୀ ଶ୍ରୀତପା ମିଶ୍ର, ଡେପୁଟି କଲେକ୍ଟର, ସାଧାରଣ ଓ ବିବିଧ ପ୍ରଧାନ ଟୁଲିଆମା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ ,ଡି ପି ସି ମିଶନ ଶକ୍ତି ଶ୍ରୀ ରାଜ ଗୋପାଳ ଦାସ , ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଯୋଗଦେଇ ପୂର୍ବତନ ଜିଲ୍ଲାପାଳ ଶ୍ରୀ ରାଣାଙ୍କ ପ୍ରଶାସନିକ କାର୍ଯ୍ୟ ଦକ୍ଷତାକୁ ଭୂୟସୀ ପ୍ରଶଂସା କରିଥିଲେ ।
ସେହିପରି ମଧ୍ୟ ପୂର୍ବତନ ଜିଲ୍ଲାପାଳ ଶ୍ରୀ ରାଣା ସମସ୍ତ ଅଧିକାରୀ, ପୋଲିସ ପ୍ରଶାସନ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମସ୍ତ ଅଧିକାରୀ, କର୍ମଚାରୀ, କଲେକ୍ଟୋରେଟ୍ ଷ୍ଟାଫ୍ କମିଟି,ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କର ସହଯୋଗରେ ନିର୍ବାଚନ କାର୍ଯ୍ୟ ପରିଚାଳନା ଠାରୁ ବର୍ଷ ଏକ ଉପଲବ୍ଧି ଅନେକ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ ସଫଳ ଭାବେ ଅନୁଷ୍ଠିତ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।
ବୈଠକରେ ଭାରପ୍ରାପ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଏବଂ ସମସ୍ତ ବରିଷ୍ଠ ପ୍ରଶାସନିକ ଅଧିକାରୀ ବୃନ୍ଦ ପୂର୍ବତନ ଜିଲ୍ଲାପାଳ ଶ୍ରୀ ରାଣାଙ୍କୁ ବୃକ୍ଷ ଚାରାକୁଣ୍ଡ, ଶ୍ରୀ ଜଗନ୍ନାଥ ଶ୍ରୀ ବଳଭଦ୍ର,ମା ସୁଭଦ୍ରାଙ୍କ ଫଟୋ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ ସହ ତାଙ୍କର ଭବିଷ୍ୟତ ଉତ୍ତୋରତ୍ତର କାମନା କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଉପନିବନ୍ଧଂକ, ସମବାୟ ସମିତି,ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି,ଏ ପି ଡି , ଅର୍ଥ, ଜିଲ୍ଲା ପରିଷଦ, ସମସ୍ତ ବିଡ଼ିଓ, ସମସ୍ତ ତହସିଲଦାର, ସମସ୍ତ ଡେପୁଟି କଲେକ୍ଟର ବୃନ୍ଦ ଯୋଗଦେଇ ପୂର୍ବତନ ଜିଲ୍ଲାପାଳଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031