Indus Valley Times

ଚଷମାରେ ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିର ପ୍ରବେଶ; ସନ୍ଦେହ ହେବାରୁ ଧରିଲା ପୋଲିସ

 Breaking News

ଚଷମାରେ ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିର ପ୍ରବେଶ; ସନ୍ଦେହ ହେବାରୁ ଧରିଲା ପୋଲିସ

ଚଷମାରେ ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିର ପ୍ରବେଶ; ସନ୍ଦେହ ହେବାରୁ ଧରିଲା ପୋଲିସ
July 29
11:40 2025

ପୁରୀ,୨୯/୭: ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି।
ପୋଲିସ ସୂଚନା ଅନୁଯାୟୀ, ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ ଲାଗିବାରୁ ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକ କରି ତଦନ୍ତ କରିଥିଲେ। ତାଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଥିବା ଜଣାପଡ଼ିବା ପରେ ପୋଲିସ ତାଙ୍କୁ ହିଡେନ୍ କ୍ୟାମେରା ସହିତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବା ଏକ ଗୁରୁତର ସୁରକ୍ଷା ଉଲ୍ଲଂଘନ ଭାବେ ବିବେଚନା କରାଯାଉଛି।
ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ଉଦ୍ଦେଶ୍ୟ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ଏହି ଘଟଣାକୁ ଗୁରୁତ୍ୱ ଦେଇ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ପାଇଁ ଚର୍ଚ୍ଚା କରୁଛନ୍ତି।
ଏହି ଘଟଣା ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଉପରେ ପୁନର୍ବାର ପ୍ରଶ୍ନ ଉଠାଇଛି। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031