Indus Valley Times

ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା, ପିଣ୍ତଦାନ କରୁଛନ୍ତି ଶହ ଶହ ଶ୍ରଦ୍ଧାଳୁ

 Breaking News

ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା, ପିଣ୍ତଦାନ କରୁଛନ୍ତି ଶହ ଶହ ଶ୍ରଦ୍ଧାଳୁ

ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା, ପିଣ୍ତଦାନ କରୁଛନ୍ତି ଶହ ଶହ ଶ୍ରଦ୍ଧାଳୁ
September 21
10:54 2025

ଭୁବନେଶ୍ୱର, ୨୧/୯ : ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ ହେଉଛି ମହାଳୟା । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ ।
ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା କୁହାଯାଏ ।ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”ମହାଳୟା ଶ୍ରାଦ୍ଧ”, ‘ସାମ୍ବତ୍ସରିକ ଶ୍ରାଦ୍ଧ” ବା ”ପାର୍ବଣ ଶ୍ରାଦ୍ଧ’ ବା ”’ମଉଳା ଶ୍ରାଦ୍ଧ” କୁହାଯାଏ ।
ଆଶ୍ୱିନ ମାସର ପ୍ରଥମ ପକ୍ଷ “ପିତୃ ପକ୍ଷ” ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ ।
ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର‌୍ୟ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ ।
ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର‌୍ୟ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର‌୍ୟ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ ।
ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ ।
କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ୱରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା ।
କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031