Indus Valley Times

୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

 Breaking News

୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ
October 19
17:52 2025

ଭୁବନେଶ୍ୱର, ୧୯/୧୦ : ରବିବାର ଲୋକସେବା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭିସି ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ ପର୍ଯ୍ୟାୟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।
ଏହି କାର୍ଯ୍ୟକ୍ରମରେ ପଞ୍ଚାୟତରାଜ ମନ୍ତ୍ରୀ ରବିନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ହିତାଧିକାରୀ ଯୋଗ ଦେଇଥିଲେ ।
କଳାହାଣ୍ଡି ଓ ନୂଆପଡା ଜିଲ୍ଲା ବ୍ୟତୀତ ଆଜି ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ଆଜି ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031