Indus Valley Times

ପରିବର୍ତ୍ତନ ‌ହୋଇପାରେ ସ୍କୁଲ ପାଠ୍ୟପୁସ୍ତକ, ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ

 Breaking News

ପରିବର୍ତ୍ତନ ‌ହୋଇପାରେ ସ୍କୁଲ ପାଠ୍ୟପୁସ୍ତକ, ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ

ପରିବର୍ତ୍ତନ ‌ହୋଇପାରେ ସ୍କୁଲ ପାଠ୍ୟପୁସ୍ତକ, ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ
December 05
17:49 2025

ଭୁବନେଶ୍ୱର,୫/୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।
ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବର୍ତ୍ତମାନର ପାଠ୍ୟକ୍ରମରେ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ପାଠ୍ୟପୁସ୍ତକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ପ୍ରକ୍ରିୟା ପର‌୍ୟ୍ୟାୟକ୍ରମେ ଜାରି ରହିଛି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜାତୀୟ ମାନକ ସହିତ ସମନ୍ୱୟ ରକ୍ଷା କରିବା ପାଇଁ ସରକାର ପାଠ୍ୟକ୍ରମ ସଂଶୋଧନ ବେଳେ NCERT(ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ) ଢାଞ୍ଚାକୁ ଅନୁସରଣ କରିବାକୁ ଯୋଜନା କରୁଛନ୍ତି। ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ପାଠ୍ୟକ୍ରମର ପୁନଃ ଡିଜାଇନ୍ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି।
ପୂର୍ବରୁ ଶିକ୍ଷକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ପାଠ୍ୟକ୍ରମ ଢାଞ୍ଚା-୨୦୨୫’ କୁ ଉନ୍ମୋଚନ କରିଥିଲେ। ଏହି ଢାଞ୍ଚା ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଅନୁଯାୟୀ ପ୍ରସ୍ତୁତ କରାଯାଇଛି, ଯାହା ଓଡ଼ିଶାର ବିଦ୍ୟାଳୟ ଶିକ୍ଷାକୁ ଜାତୀୟ ଲକ୍ଷ୍ୟ ସହ ସମକକ୍ଷ କରିବ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31