Indus Valley Times

ଓଡ଼ିଶାରେ କଂଗ୍ରେସର ନେତୃତ୍ବ ନେଇ ପ୍ରଶ୍ନ ଉଠାଇଲେ ମୋକିମ

 Breaking News

ଓଡ଼ିଶାରେ କଂଗ୍ରେସର ନେତୃତ୍ବ ନେଇ ପ୍ରଶ୍ନ ଉଠାଇଲେ ମୋକିମ

ଓଡ଼ିଶାରେ କଂଗ୍ରେସର ନେତୃତ୍ବ ନେଇ ପ୍ରଶ୍ନ ଉଠାଇଲେ ମୋକିମ
December 10
18:37 2025

ଭୁବନେଶ୍ୱର,୧୦/୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ମହମ୍ମଦ ମୋକିମ ଅସନ୍ତୋଷ ଝାଡିଛନ୍ତି। ମୋକିମ କହିଛନ୍ତି, ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ନେତୃତ୍ୱ ମିଳିଛି। ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା। ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ।ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ।ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟରେ ହାରିଛି।
ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ। ନିଜ ସଂସଦୀୟ କ୍ଷେତ୍ର ବିଶ୍ବାସ କରୁନି, କର୍ମୀ ବିଶ୍ବାସ ନକରିବା ସ୍ବାଭାବିକ। ସେ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ଅସମ୍ଭବ ବ୍ୟାପାର।
କେବଳ ଏତିକି ନୁହେଁ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ଶରତଙ୍କ ନେତୃତ୍ୱରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା। ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଲେ। ଆଜିକା ଦିନରେ କଂଗ୍ରେସକୁ ପୁନର୍ଜୀବନ ଦରକାର। ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ୱ ଦରକାର ବୋଲି ମୋକିମ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31