Indus Valley Times

ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ, ଅଭିଯୋଗର ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ -ଜିଲ୍ଲାପାଳ

 Breaking News

ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ, ଅଭିଯୋଗର ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ -ଜିଲ୍ଲାପାଳ

ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ, ଅଭିଯୋଗର ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ -ଜିଲ୍ଲାପାଳ
January 05
20:02 2026

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା, ୫/୧: ଆଜି ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅଧୀନ ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଖୋର୍ଦ୍ଧା ଠାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ ଜନଶୁଣାଣି ଶିବିରରେ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଉପ ଜିଲ୍ଲାପାଳ ଶ୍ରୀ କିଶୋର କୁମାର ପଣ୍ଡା ,ଉପ ଆରକ୍ଷୀ ଅଧିକ୍ଷକ ଜ୍ୟୋସ୍ନା ରାଣୀ କାଉଁରୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ମଞ୍ଚାସିନ ଥିଲେ । ଆଜିର ଅଭିଯୋଗ ଶୁଣାଣିରେ ମୋଟ ୮୭ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୭୭ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୦ ଗୋଟି ଅଭିଯୋଗ ଆସିଥିଲା ।
ଜିଲ୍ଲାପାଳ ତତତ୍କାଳ ୭ ଗୋଟି ଅଭିଯୋଗର ସମାଧାନ କରିଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଜିଲ୍ଲାପାଳ ଶ୍ରୀ ଋତୁରାଜ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପୂର୍ଣ୍ଣ ଚନ୍ଦ୍ର ମହାନ୍ତି ଗ୍ରାମ – କରଡଗଡିଆ ବେଗୁନିଆ ବ୍ଲକଙ୍କୁ ଆର୍ଥିକ ସହାୟତା ରାଶି ୧୫୦୦୦ (ପନ୍ଦର ହଜାର) ଟଙ୍କା ଓ ସୁଜାତା ସାମନ୍ତରାୟ ଛତ୍ରପଡା ବେଗୁନିଆ ବ୍ଲକ ଙ୍କୁ ଆର୍ଥିକ ସହାୟତା ରାଶି ୧୫୦୦୦ (ପନ୍ଦର ହଜାର) ଟଙ୍କା ପ୍ରଦାନ କରିଥିଲେ । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ଗୀତଂଶୁ ଦାଶ ,ପୌର ପରିଷଦ ନିର୍ବାହୀ ଅଧିକାରୀ ରିଜୁଆନ କାକ୍ୱାବ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣୀଶ୍ରୀ ପଟ୍ଟନାୟକ, ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031