Indus Valley Times

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ

 Breaking News

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ
January 07
18:41 2026

ଓଡ଼ି଼ିଶା, ୭/୧ : ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ। ସେହିପରି ଆଗାମୀ ବର୍ଷ ଅର୍ଥାତ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ।
ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା। ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ।
ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟିର ବୈଠକ ପରେ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ଏନେଇ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଉନ୍ନୟନ କମିସନର ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି।
ଲୋକସେବା ଭବନରେ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ଜନଗଣନା ନିର୍ଦ୍ଦେଶକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା। ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି।
ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ । ତେବେ ମିଳିଥିବା ସୂଚନା ଅନୁସାରେ, ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ।
ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଏପ୍ରିଲରୁ ମେ ଭିତରେ ପ୍ରଥମ ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଘର ମାର୍କ ହେବ। ୨୦୨୭ ମସିହା ଫେବ୍ରୁଆରିରୁ ଦ୍ଵିତୀୟ ପର୍ଯ୍ୟାୟ ରେ ଜନଗଣନା ହେବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031