Indus Valley Times

ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
June 08
21:39 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୮/୬ : ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡଃ ସନ୍ତୋଷ ତ୍ରିପାଠୀ, ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ଶିବିରରେ ୮୦ ଗୋଟି ବ୍ୟକ୍ତିଗତ ଓ ୮ଟି ଗୋଷ୍ଠିଗତ ଏଭଳି ମୋଟ ୮୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ ।
୪୩ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା। ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ୫ ଜଣ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠି ରୁ ୨୨ ହଜାର ଟଙ୍କାର ତତ୍କାଳିନ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ ।
ଜିଲ୍ଲାରେ ଅଦ୍ୟାବଧି ଚାଲୁଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ତୁରନ୍ତ ସମାଧାନ ସହିତ ସମସ୍ତ ସମସ୍ୟାର ସମାଧାନ ୭ ଦିନ ମଧ୍ୟରେ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ହରଭଙ୍ଗା ଏବିଡ଼ିଓ ସତ୍ୟପ୍ରିୟ ସାହୁ, ତହସିଲଦାର କର୍ଣ ସୁନା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଜ୍ୟୋତିରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031