Indus Valley Times

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

 Breaking News

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ
July 15
12:17 2026

ବ୍ରହ୍ମପୁର, ୧୫/୭ : ରେଶମ ସହର ବ୍ରହ୍ମପୁରରେ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତିନଗର ଲେନ୍-୫ ଅଞ୍ଚଳରେ ଜଣେ ଯୁବତୀ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ବୁଧବାର ସକାଳେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, କୌଣସି କାରଣକୁ ନେଇ ଯୁବତୀ ଜଣଙ୍କ ଆଜି ସକାଳେ ନିଜ ଶରୀରରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ସ୍ଥାନୀୟ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା (ଝଉଈ) କୁ ସ୍ଥାନାନ୍ତର କରାଯାଉଥିଲା। ତେବେ ଦୁର୍ଭାଗ୍ୟବଶତଃ କଟକ ନେବା ବାଟରେ ହିଁ ଯୁବତୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଯୁବତୀ ଜଣଙ୍କ କେଉଁ ପରିସ୍ଥିତିରେ ଏବଂ କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ, ତାହାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ପରିବାର ଲୋକଙ୍କ ପକ୍ଷରୁ ମଧ୍ୟ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅପରପକ୍ଷେ ଘଟଣା ସମ୍ପର୍କରେ ଖବର ପାଇ ବଡ଼ବଜାର ଥାନା ପୁଲିସ ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପରିବାର ସଦସ୍ୟ ଏବଂ ପଡ଼ୋଶୀଙ୍କୁ ପଚରାଉଚରା କରାଯିବ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ କହିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031