Indus Valley Times

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

 Breaking News

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ
July 25
20:11 2026

ପୁରୀ,୨୫/୭ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି।
ମହାପ୍ରଭୁଙ୍କ ରଥ ଉପରେ ଦୁର୍ଲ୍ଲଭ ସୁନାବେଶକୁ ଭକ୍ତମାନେ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିନିଠାକୁର ହସ୍ତ, ପାଦ ସହିତ କଣ୍ଠମାଳା, ଶ୍ରୀଭୁଜ, ଶ୍ରୀପୟର, ରତ୍ନପଦକ, ରତ୍ନକିରୀଟ, କରପଲ୍ଲବ, ମୁଦି, କଣ୍ଠମାଳ, ବଳା, ବାହୁଟି, କାନ୍ତ ଓ କଟି ମେଖଳା ଆଦି ବହୁବିଧ ରତ୍ନ ଅଳଙ୍କାରରେ ସଜେଇ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031