Indus Valley Times

ଛାଡ଼ିନି ବନ୍ୟା, ଆଗକୁ ଆସୁଛି ଆଉ ଏକ ବଡ଼ ବର୍ଷା; ସ୍ଥିତି ହେବ ଆହୁରି ସଙ୍ଗୀନ

 Breaking News

ଛାଡ଼ିନି ବନ୍ୟା, ଆଗକୁ ଆସୁଛି ଆଉ ଏକ ବଡ଼ ବର୍ଷା; ସ୍ଥିତି ହେବ ଆହୁରି ସଙ୍ଗୀନ

ଛାଡ଼ିନି ବନ୍ୟା, ଆଗକୁ ଆସୁଛି ଆଉ ଏକ ବଡ଼ ବର୍ଷା; ସ୍ଥିତି ହେବ ଆହୁରି ସଙ୍ଗୀନ
July 31
11:11 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୩୧/୭ : ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ ହୋଇ ସାଧାରଣ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟା ଆସିଛି।
ଅଗଷ୍ଟ ୫ ପର୍ଯ୍ୟନ୍ତ ଓଡ଼ିଶା ସମେତ ଉପରମୁଣ୍ଡରେ ଥିବା ଏସବୁ ରାଜ୍ୟରେ ବର୍ଷା ଲାଗି ରହିବାର ସମ୍ଭାବନା ଥିବାରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ମଧ୍ୟ ଆହୁରି ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ରାଜ୍ୟର କେତେକ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ଗତ ୨୪ ଘଣ୍ଟା ଅର୍ଥାତ୍ ଗୁରୁବାର ସକାଳ ୮.୩୦ ସୁଦ୍ଧା ରାଜ୍ୟର ୮ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଥିବାବେଳେ ୧୯ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।
ନୂଆପଡ଼ା ଜିଲା ସିନାପଲ୍ଲୀରେ ସର୍ବାଧିକ ୧୬୪ ମି.ମି., ବରଗଡ଼ ଜିଲା ପାଇକମାଳରେ ୧୫୭.୫ ମି.ମି., ନୂଆପଡ଼ା ଜିଲା ଖରିଆରରେ ୧୫୫ ମି.ମି., ବୋଡେନ୍‌ରେ ୧୫୨ ମି.ମି., ନବରଙ୍ଗପୁର ଜିଲା ଝରିଗାଁରେ ୧୩୫ ମି.ମି., କଳାହାଣ୍ଡି ଜିଲା ଗୋଲାମୁଣ୍ଡାରେ ୧୩୪ ମି.ମି., ନବରଙ୍ଗପୁର ଜିଲା ଉମରକୋଟରେ ୧୨୫ ମି.ମି., ନୂଆପଡ଼ା ଜିଲା କୋମଣାରେ ୧୧୯.୩ ମି.ମି., ନବରଙ୍ଗପୁର ଜିଲା ଡାବୁଗାଁରେ ୧୧୫.୨ ମି.ମି. ବର୍ଷା ରେକର୍ଡ ହୋଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930