Indus Valley Times

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

 Breaking News

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି
August 28
21:41 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୨୮/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ଗୁଗୁରୁମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିମିଣ୍ଡାମାହା ରେ ଲଗାଣ ବର୍ଷା ଯୋଗୁଁ ପ୍ରାଥମିକ ବିଦ୍ୟାଳୟର ବାରଣ୍ଡାର ଛାତ ଭୁଶୁଡ଼ି ପଡ଼ିଛି।
ଫଳରେ ବିଦ୍ୟାଳୟରେ ପାଠପଢ଼ା ଅସୁବିଧା ହେବା ସହ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ବାରଣ୍ଡାର ଛାତ ଭୁଶୁଡ଼ି ପଡ଼ିବା ପରେ ବିଦ୍ୟାଳୟ ରେ ଆବଶ୍ୟକ ସ୍ଥାନ ଅଭାବରୁ ଛାତ୍ରଛାତ୍ରୀ ମାନେ ବାରଣ୍ଡା ରେ ବସି ପାଠ ପଢ଼ୁଥିବା ଦେଖିବାକୁ ମିଳିଛି ।
ଏଭଳି ପରିସ୍ଥିତିରେ ବର୍ତ୍ତମାନ ପିଲାମାନେ କେଉଁ ସ୍ଥାନରେ ନିରାପଦରେ ପାଠ ପଢ଼ିବେ, ତାହା ନେଇ ଚିନ୍ତାର କାରଣ ପାଲଟିଛି। ଘଟଣା ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ମଶେଷ କାର୍ଜିମାଝୀ ବିଦ୍ୟାଳୟ ପରିସର ବୁଲି ଦେଖିବା ସହ ସମସ୍ୟାର ଶୀଘ୍ର ସମାଧାନ କରାଯିବ ବୋଲି କହିଛନ୍ତି।
ବିଦ୍ୟାଳୟର ଶିକ୍ଷକ, ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀ ଛାତ୍ରଛାତ୍ରୀଙ୍କ ହିତ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁଶୁଡ଼ି ପଡ଼ିଥିବା ବାରଣ୍ଡା ଛାତର ତୁରନ୍ତ ମରାମତି ସହ ଆବଶ୍ୟକ ବିକଳ୍ପ ବ୍ୟବସ୍ଥା କରିବାକୁ ସରପଞ୍ଚ ଓ ପ୍ରଶାସନଙ୍କ ନିକଟରେ ଅନୁରୋଧ କରିଛନ୍ତି ତତ୍ସହିତ ଦୁର୍ବଳ ହୋଇ ରହିଥିବା ଶ୍ରେଣୀ ଗୃହ ଗୁଡ଼ିକ ମଧ୍ୟ ପୁନରୁଦ୍ଧାର କରାଯାଉ ବୋଲି ସରପଞ୍ଚଙ୍କ ସହ ଗ୍ରାମବାସି ଦାବି କରିଛନ୍ତି ଓ
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ \” ନିଶାମୁକ୍ତ ଓଡିଶା ଅଭିଯାନ\” ପାଳିତ
ବାଲିଗୁଡା, ୨୮/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ନିକଟସ୍ଥ ବୁଡ଼ାଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କନ୍ଧମାଳ ପୋଲିସ ପ୍ରଶାସନ ତରଫରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ପାଳିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ଥିତ ଥାନାରୁ ଅତିରିକ୍ତ ଉପ ନିରୀକ୍ଷକ ଯୁଗଳ କିଶୋର ନାୟକ, ଉଦ୍ଧବ କୁମାର ଜାନୀ, ଉମାଶଙ୍କର ନିହାଲି ଙ୍କ ସହ କନଷ୍ଟେବଳ ବୁଲୁ ସାହାଣୀ ଏବଂ ମନୋଜ କୁମାର ମଲ୍ଲିକ ପ୍ରଭୃତି ଯୋଗଦାନ କରିଥିଲେ ।
ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ଅତିଥି ଗଣ ନିଶା ମୁକ୍ତି ଅଭିଯାନ ର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଛାତ୍ର ଛାତ୍ରୀଙ୍କୁ ଅବଗତ କରାଇବା ସହ ଏକ ସଶକ୍ତ ଓ ସୁରକ୍ଷିତ ଓଡ଼ିଶା ଗଠନରେ ଯୁବପିଢ଼ିର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ ।
“ନିଶା ମୁକ୍ତ ଓଡ଼ିଶା” କେବଳ ସରକାରୀ ଅଭିଯାନ ନୁହେଁ, ଏହା ଏକ ସାମାଜିକ ଦାୟିତ୍ୱ। ଏହାର ମୂଳୋତ୍ପାଟନ ପାଇଁ ଯୁବଗୋଷ୍ଠୀ, ଶିକ୍ଷକ, ଅଭିଭାବକ, ସାମାଜିକ ସଂଗଠନ, ପୋଲିସ, ଡାକ୍ତର ଓ ସାଧାରଣ ଲୋକ ସମସ୍ତଙ୍କର ସାମୁହିକ ଅଂଶଗ୍ରହଣ ଏକାନ୍ତ ଆବଶ୍ୟକ ବୋଲି ପ୍ରଧାନଶିକ୍ଷକ ଶ୍ରୀ ସାହୁ ପ୍ରକାଶ କରିଥିଲେ । ଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଗ୍ରାମରେ ଏକ ଶୋଭାଯାତ୍ରା ଆୟାଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31