ଟାଉନହଲ୍ଠାରେ ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ୱୟ ସମିତିର ୭ମ ତ୍ରୟବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୩୦/୮ : ରବିବାର ଦିନ ୧୨.୩୦ ମିନିଟ ସମୟରେ ବୌଦ୍ଧ ଟାଉନହଲ୍ଠାରେ \”ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ୱୟ ସମିତି\”, ବୌଦ୍ଧ ଜିଲ୍ଲା ଶାଖାର ୭ମ ତ୍ରୟବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।
ସମିତିର ସଭାପତି ଜିତେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ସମ୍ମାନିତ ଅତିଥି ଭାବରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ କନ୍ହାଇ ଚରଣ ଡାଙ୍ଗ, ବୌଦ୍ଧ ପୌର ପରିଷଦ ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, କନ୍ଧମାଳ ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଯୁଗଳ କିଶୋର ସାମଲ, ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ମିଶ୍ର ଯୋଗଦେଇ କର୍ମଚାରୀମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ବିଭିନ୍ନ ଦାବି ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।
ଶିକ୍ଷକ ନବ କିଶୋର ଦୀପଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ପାଦକ ତାପସ କୁମାର ମିଶ୍ର ବିବରଣୀ ପଠନ କରିଥିଲେ
ଉକ୍ତ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀ ମାନଙ୍କ ଥିବା ବିଭିନ୍ନ ସମସ୍ୟା ଗୁଡିକ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରା ଯାଇଥିଲା ।






