ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
September 10
11:11
2026
ଭୁବନେଶ୍ୱର, ୧୦/୯: ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଲଘୁଚାପର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ପଡ଼ିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି । ସେହିପରି ଅନ୍ୟ ତିନୋଟି ଜିଲ୍ଲା କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରକୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅନ୍ୟ ୨୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଆଗାମୀ ଚାରି ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପବନ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ତେଣୁ ଜିଲ୍ଲା ପ୍ରଶାସନ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି । ସେହିପରି ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।






