Indus Valley Times

ଗଜପତି : ସମ୍ଭାବ୍ୟ ଗଭୀର ଅବପାତ ଓ ବର୍ଷାର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

 Breaking News

ଗଜପତି : ସମ୍ଭାବ୍ୟ ଗଭୀର ଅବପାତ ଓ ବର୍ଷାର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

ଗଜପତି : ସମ୍ଭାବ୍ୟ ଗଭୀର ଅବପାତ ଓ ବର୍ଷାର ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ
September 21
19:54 2026

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୧/୯ : ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବଜପତିପାତ ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହୋନନାଗା’ଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଅଛି।
ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ରେଡ୍ ଜୋନ୍ ଥିବା ହେତୁ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ତୀବ୍ର ବେଗରେ ପବନ ହେବାର ସମ୍ଭାବନା ରହିଛି। ସେଥି ନେଇ ଜିଲ୍ଲା, ବ୍ଲକ୍ ଓ ତହସିଲ ସ୍ତରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରଖିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ଉପସ୍ଥିତ ରହିବା ସହ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଅଗ୍ନିଶମ ବାହିନୀକୁ ମଧ୍ୟ ଆବଶ୍ୟକ ସ୍ଥଳେ ତୁରନ୍ତ ମୁତୟନ ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକର ଯାଞ୍ଚ କରି ଆବଶ୍ୟକ ମରାମତି, ବିଦ୍ୟୁତ୍ ଓ ଜେନେରେଟର ବ୍ୟବସ୍ଥା, ପାନୀୟ ଜଳ ଏବଂ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବାକୁ ସାତଟି ବ୍ଲକ୍‌ର ବିଡିଓ ଓ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଭୂସ୍ଖଳନ-ପ୍ରବଣ ଅଞ୍ଚଳ, ପାହାଡ଼ ତଳେ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକ, ତଳିଆ ଅଞ୍ଚଳ ଓ ଦୁର୍ବଳ କିମ୍ବା କଚ୍ଚା ମାଟି ଛପର ଚାଳ ଘରେ ରହୁଥିବା ପରିବାରଙ୍କୁ ଆବଶ୍ୟକ ସ୍ଥଳେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ, ପାନୀୟ ଜଳ ଓ ଆବଶ୍ୟକ ସାମଗ୍ରୀ ଯୋଗାଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଗର୍ଭବତୀ ମହିଳାଙ୍କୁ ଆବଶ୍ୟକତା ଅନୁଯାୟୀ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ମା’ ଗୃହକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ରହିଛି। ସେହିପରି ଚୁଡ଼ା,ଗୁଡ଼,ଚିନି, ମହମବତୀ, କିରୋସିନ, ଔଷଧ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ରଖିବାକୁ କୁହାଯାଇଛି।
ପ୍ରବଳ ବର୍ଷା ସମୟରେ ଜନସାଧାରଣ ଅନାବଶ୍ୟକ ଭାବେ ବାହାରକୁ ନ ବାହାରିବା ଏବଂ ନଦୀ, ନାଳ ଓ ଅନ୍ୟାନ୍ୟ ଜଳାଶୟ ନିକଟକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ସଚେତନ କରାଯାଇଛି। ବ୍ଲକ୍, ଗ୍ରାମପଞ୍ଚାୟତ ଓ ଗ୍ରାମସ୍ତରରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଶ୍ରୀମତୀ ଭଗତ ସାମଲ କଲ୍ୟାଣରାଓ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ବିନାୟକ ରାଉଳଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ସମସ୍ତ ବିଡିଓ, ତହସିଲଦାର ଓ ଲାଇନ୍ ବିଭାଗୀୟ ଅଧିକାରୀ ମାନେ ଆଭାସୀ ବୈଠକରେ ଯୋଗ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930