Indus Valley Times

ଅମାପ ସମ୍ପତ୍ତି ଠୁଳ କରିଛନ୍ତି ଯନ୍ତ୍ରୀ, ଏକାବେଳକେ ୭ ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ

 Breaking News

ଅମାପ ସମ୍ପତ୍ତି ଠୁଳ କରିଛନ୍ତି ଯନ୍ତ୍ରୀ, ଏକାବେଳକେ ୭ ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ

ଅମାପ ସମ୍ପତ୍ତି ଠୁଳ କରିଛନ୍ତି ଯନ୍ତ୍ରୀ, ଏକାବେଳକେ ୭ ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ
October 22
11:58 2026

ଯାଜପୁର, ୨୨/୧୦ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ବଡ଼ଚଣା ଆର୍‌ଆଣ୍ଡବି ସବ୍‌ଡିଭିଜନର ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (AEE) ତପନ ସେଠୀଙ୍କ ଘର ଓ ଅଫିସରେ ଭିଜିଲାନ୍ସ ଚଢ଼ାଉ କରିଛି।
ଗୁରୁବାର ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଆରମ୍ଭ ହୋଇଛି। କଟକ, ଭୁବନେଶ୍ୱର, ପୁରୀ ଓ ଯାଜପୁରର ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି।
କଟକ ସ୍ଥିତ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଅଦାଲତ ପକ୍ଷରୁ ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରାଯାଉଛି। ୩ ଜଣ ଅତିରିକ୍ତ ଏସ୍‌ପି, ୬ ଜଣ ଡିଏସ୍‌ପି, ୩ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ ଏହି ଅଭିଯାନରେ ସାମିଲ ହୋଇଛି।
ଭିଜିଲାନ୍ସ ଟିମ୍ କଟକ ସିଡିଏ ସେକ୍ଟର-୭ରେ ଥିବା ତିନି ମହଲା କୋଠା, ପୁରୀ ସିଦ୍ଧମହାବୀର ଅଞ୍ଚଳରେ ଥିବା ତିନି ମହଲା କୋଠା ଏବଂ କଟକ ଜିଲ୍ଲା କଣ୍ଟାପଡ଼ାରେ ଥିବା ଫାର୍ମହାଉସ୍ ଓ ସିମ୍ପ୍ଲେକ୍ସରେ ଯାଞ୍ଚ କରୁଛି।
ସେହିପରି ପୁରୀ ଜିଲ୍ଲା କୋଣାର୍କ ଥାନା ଅନ୍ତର୍ଗତ ଝିଙ୍କିରିଆ ଗାଁରେ ଥିବା ତାଙ୍କ ପୈତୃକ ଘର, କଟକର ୪୨ ମୌଜା ବନ୍ତୁଣିଆରେ ଥିବା ଶ୍ୱଶୁର ଘର, ଭୁବନେଶ୍ୱରର କଣ୍ଟାବାଡ଼ରେ ଥିବା ଦୁଇ ମହଲା କୋଠା ଏବଂ ବଡ଼ଚଣାସ୍ଥିତ ତାଙ୍କ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ ଚାଲିଛି।
ଏହି ଚଢ଼ାଉରେ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି, ସେନେଇ ଭିଜିଲାନ୍ସ ପକ୍ଷରୁ ଏଯାଏଁ କୌଣସି ସରକାରୀ ସୂଚନା ଦିଆଯାଇନାହିଁ। ଯାଞ୍ଚ ଜାରି ରହିଥିବାବେଳେ ପରବର୍ତ୍ତୀ ରିପୋର୍ଟକୁ ଅପେକ୍ଷା କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031