Indus Valley Times

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହିତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାଧୁତାର ଶପଥ ପାଠ ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହିତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାଧୁତାର ଶପଥ ପାଠ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହିତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାଧୁତାର ଶପଥ ପାଠ ଅନୁଷ୍ଠିତ
October 26
21:01 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୬/୧୦ : ଜିଲ୍ଲା ପ୍ରଶାସନ ବୌଦ୍ଧ,ଦୁର୍ନୀତି ନିବାରଣ ବିଭାଗ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଆରମ୍ଭ ହୋଇଯାଇଛି ।
ପ୍ରାରମ୍ଭରେ ଦିନ ୧୧ ଟାରେ ଆଜି ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ କଣ୍ଟାମାଳ ବ୍ଲକ୍ ରେ ଅନୁଷ୍ଠିତ ସାପ୍ତାହିକ ଅଭିଯୋଗ ଶୁଣାଣୀ ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବିଭାଗୀୟ ଅଧିକାରୀ ମାନେ ସାଧୁତାର ଶପଥ ପାଠ କରିଥିଲେ । ଏହି ସଭାରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା, ଏ ପି ଡି ଯଦୁମଣି ନାୟକ , ଉପଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ମହେନ୍ଦ୍ର ସାହୁ, ବି ଡି ଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ସମସ୍ତ ଡେପୁଟି ଓ ଆସିଷ୍ଟାଣ୍ଟ କଲେକ୍ଟର ବିଭିନ୍ନ ବିଭାଗ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଜିଲ୍ଲାର ସମସ୍ତ ବ୍ଲକ୍ ତହସିଲ, ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟ ଓ ଲାଇନ୍ ବିଭାଗ କାର୍ଯ୍ୟାଳୟରେ ମଧ୍ୟ ଏହି ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି ।
ଦେଶର ପ୍ରଗତି ପାଇଁ ଦୁର୍ନୀତି ବିରୋଧରେ ଲଢ଼ିବାକୁ ସମସ୍ତେ ସଂକଳ୍ପ ନେଇଥିଲେ। ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ରକ୍ଷା, ଲାଞ୍ଚ ନ ନେବା ଓ ନ ଦେବା, ସ୍ୱଚ୍ଛତାର ସହ ଦାୟିତ୍ୱ ନିର୍ବାହ କରିବା ଏବଂ ଜନସାଧାରଣଙ୍କ ହିତ ସାଧନ ଲାଗି ସମର୍ପିତ ରହିବାକୁ ଶପଥ ନିଆ ଯାଇଥିଲା। ଡି ଏସ୍ ପି ଭିଜିଲାନ୍ସ ସୁରେଶ କହଁର ଓ ବିଭାଗୀୟ ଅଧିକାରୀ ମାନେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031