Indus Valley Times

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି,ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି

 Breaking News

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି,ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି,ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
October 08
12:40 2021

କଟକ,୮/୧୦: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଯଶୱନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖ ଦିନ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଶୁକ୍ରବାର ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୪ରେ ପହଞ୍ଚିଛି। ଏଠାରେ ସୂଚନା ଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭।
୧୯୬୧, ଫେବ୍ରୁଆରି ୨୩ରେ ୨୩ରେ ହରିୟାଣାର ରୋହତକଠାରେ ଜଷ୍ଟିସ ଯଶୱନ୍ତ ସିଂହ ଜନ୍ମ ଗ୍ରହଣ କରିଥିଲେ। ୧୯୮୦ରେ ସ୍ନାତକ ପାସ୍ କରିବା ପରେ ସେ ମହର୍ଷି ଦୟାନନ୍ଦ ବିଦ୍ୟାଳୟରୁ ଆଇନ ଓ ଏମବିଏ ଡିଗ୍ରି ହାସଲ କରିଥିଲେ। ୧୯୮୬ରେ ଆଇନଜୀବୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଥିଲେ।
ପ୍ରଥମରୁ ଶୀର୍ଶା ଜିଲ୍ଲା ଅଦାଲତରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ୧୯୮୮ ଏପ୍ରିଲରୁ ସେ ଚଣ୍ଡିଗଡ଼କୁ ଆସି ପଞ୍ଜାବ ଓ ହରିୟାନା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ।
ସେ ହରିୟାଣାର ଆସିଷ୍ଟାଣ୍ଟ ଆଡଭୋକେଟ ଜେନେରାଲ, ଡେପୁଟି ଆଡଭୋକେଟ ଜେନେରାଲ, ବରିଷ୍ଠ ଡେପୁଟି ଆଡଭୋକେଟ ଜେନେରାଲ ଓ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୦୭, ଡିସେମ୍ବର ୭ରେ ସେ ହରିୟାଣା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।
୧୯୬୫, ସେପ୍ଟେମ୍ବର ୨୨ତାରିଖରେ ଜଷ୍ଟିସ ଅରିନ୍ଦମ ସିହ୍ନା ଜନ୍ମ ଗ୍ରହଣ କରିଥିଲେ। ୧୯୯୧, ମାର୍ଚ୍ଚ ୧୧ରେ ସେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ୨୨ ବର୍ଷ କୋଲକାତା ହାଇକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୧୩, ଅକ୍ଟୋବର ୩୦ରେ କୋଲକାତା ହାଇକୋର୍ଟର ବିଚାରପତି ଭାବେ ସେ ଶପଥ ଗ୍ରହଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031