Indus Valley Times

ଗତ ୨୪ ଘଣ୍ଟା ରାଜ୍ୟରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୯ ଜଣ

 Breaking News

ଗତ ୨୪ ଘଣ୍ଟା ରାଜ୍ୟରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୯ ଜଣ

ଗତ ୨୪ ଘଣ୍ଟା ରାଜ୍ୟରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୯ ଜଣ
December 17
10:20 2021

ଭୁବନେଶ୍ୱର,୧୭/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧାରୁ ୭୯ ଜଣ, ମୟୂରଭଞ୍ଜରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୨ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031