Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୫ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୫ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୫ ଜଣ
March 06
10:17 2022

ଭୁବନେଶ୍ବର, ୬/୩: ରବିବାରରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ରବିବାର ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨୦, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ ଓ ଖୋର୍ଦ୍ଧାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୮ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ ଓ ଷ୍ଟେଟ ପୁଲରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୫, ୮୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୫, ୨୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧, ୫୦୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031