Indus Valley Times

ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କଲା କଂଗ୍ରେସ,ବିଜ୍ଞପ୍ତି ଜାରି କରି ସୂଚନା

 Breaking News

ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କଲା କଂଗ୍ରେସ,ବିଜ୍ଞପ୍ତି ଜାରି କରି ସୂଚନା

ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କଲା କଂଗ୍ରେସ,ବିଜ୍ଞପ୍ତି ଜାରି କରି ସୂଚନା
October 12
17:19 2022

ଭଦ୍ରକ/ଭୁବନେଶ୍ବର, ୧୨/୧୧: ଧାମନଗର ଉପନିର୍ବାଚନ ପାଇଁ ସମୟ ପାଖେଇ ଆସୁଥିବା ବେଳେ କଂଗ୍ରେସ ଆଜି ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।
ଧାମନଗର ଉପନିର୍ବାଚନ ପାଇଁ ବାବା ହରେକୃଷ୍ଣ ସେଠୀଙ୍କ ନାମକୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଅନୁମୋଦନ କରିଛନ୍ତି। ଏନେଇ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ମୁକୁଲ ୱାସନିକ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି।
ବାବା ହରେକୃଷ୍ଣ ଗୁରୁବାର ଏକ ଶୋଭାଯାତ୍ରାରେ ଆସି ଭଦ୍ରକ ବ୍ଲକ ପରିସରରେ ପ୍ରାର୍ଥୀପତ୍ର ଦାଖଲ କରିବେ। ଏହି ଶୋଭାଯାତ୍ରାରେ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପୂର୍ବତନ ସଭାପତି ନିରଂଜନ ପଟ୍ଟନାୟକ, ବରିଷ୍ଠ ନେତା ଜୟଦେବ ଜେନା, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ପ୍ରସାଦ ହରିଚନ୍ଦନ, ସୁର ରାଉତରାୟ, ପୂର୍ବତନ ସାଂସସ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଜିଲ୍ଲା ସଭାପତି ସୁବ୍ରତ ଦାସ ପ୍ରମୁଖ ଯୋଗଦେବାର ଜଣାପଡ଼ିଛି।
ବାବା ହରୋକୃଷ୍ଣ ସେଠୀ ହେଉଛନ୍ତି ଜଣେ ଯୁବ ଆଇନଜୀବୀ ଭାବେ ଧାମନଗର କୋର୍ଟରେ କାର‌୍ୟ୍ୟରତ ଅଛନ୍ତି। ସେ କଂଗ୍ରେସର ଜଣେ ତୃଣମୂଳ ସ୍ତରର ସଂଗଠକ। ସେ ଧାମନଗର ବ୍ଲକର ରାଜୀବ ଗାନ୍ଧି ସେବା ସଂଗଠନର ସଭାପତି, ଦଳିତ ସଂଗଠନର ନେତା ଭାବେ ବିଭିନ୍ନ ସାଂଗଠନିକ କାର୍ଯ୍ୟ ସୂଚାରୁ ରୂପେ କାର‌୍ୟ୍ୟ କରିଆସୁଛନ୍ତି।
ଜିଲ୍ଲାରେ ଜଣେ ଦଳିତ ନେତା ଭାବରେ ଜଣାଶୁଣା। ଗତ ପୌର ନିର୍ବାଚନରେ ମଧ୍ୟ ତାଙ୍କର ପତ୍ନୀ ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଅଧ୍ୟକ୍ଷ ପ୍ରାର୍ଥୀ ଭାବେ ଅବତୀର୍ଣ୍ଣ ହୋଇଥିଲେ।
ସୂଚନାଯୋଗ୍ୟ, ଦୁଇଦିନ ପୂର୍ବରୁଭାରତୀୟ ଜନତା ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଛି। ସୂର‌୍ୟ୍ୟବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି। ସୂର୍ଯ୍ୟବଂଶୀ ସୂରଜ ହେଉଛନ୍ତି ବିଜେପି ରାଜ୍ୟ ସୋସିଆଲ ମିଡିଆ କୋର୍ଡିନେଟର।
ଗତ ସାଧାରଣ ନିର୍ବାଚନ ସମୟରେ ସେ ଇଂଜିନିୟରିଂ ଚାକିରି ଛାଡ଼ି ବାପାଙ୍କ ରାଜନୈତିକ ଜୀବନରେ ସହଯୋଗ କରିଥିଲେ। ଏଥି ସହିତ ସେ ସାଂଗଠନିକ କାମ ମଧ୍ୟ ବୁଝୁଥିଲେ। ଧାମନଗର ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର‌୍ୟ୍ୟକ୍ରମରେ ଯୋଗ ଦେଉଥିଲେ। ଜଣେ ଯୁବନେତା ଓ ଯୁବସଂଗଠକ ଭାବେ ତାଙ୍କର ସାରା ଭଦ୍ରକ ଜିଲ୍ଲାରେ ସୁନାମ ରହିଛି।
ଉଲ୍ଲେଖଯୋଗ୍ୟ ଯେ, ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଧାମନଗରରେ ଉପନିର୍ବାଚନ ହେବାକୁ ଯାଉଛି। ଆସନ୍ତା ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ମତଦାନ ହେବ। ଏଥି ପାଇଁ ବିଜେପି ପ୍ରଥମ ରାଜନୈତିକ ଦଳ ଭାବେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ସେଠୀଙ୍କୁ ନିଜର ପ୍ରାର୍ଥୀ କରିଛି। ବିଜୁ ଜନତା ଦଳ (ବିଜେଡି) ଏପର‌୍ୟ୍ୟନ୍ତ ନିଜର ପ୍ରାର୍ଥୀ ଘୋଷଣା କରିନାହିଁ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031