Indus Valley Times

ନୟାଗଡ଼ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘୋଟଲା ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲା ଜିଲ୍ଲା ବିଜେପି

 Breaking News

ନୟାଗଡ଼ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘୋଟଲା ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲା ଜିଲ୍ଲା ବିଜେପି

ନୟାଗଡ଼ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘୋଟଲା ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲା ଜିଲ୍ଲା ବିଜେପି
February 05
19:13 2023

ବିଶ୍ୱ ଭୂଷଣ ମହାପାତ୍ର /ମମତା ମାହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୫/୨:ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ବ୍ୟାପକ ଅନ୍ୟମିତା ଅଭିଯୋଗ, ଏହାର ପ୍ରତିବାଦରେ ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ପ୍ରସ୍ତୁତ କରାଯାଇଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ଅନେକ ଯୋଗ୍ୟ ହିତାଧିକାରୀ ବାଦ ପଡିଥିବା ବେଳେ ଅନ୍ୟାନ୍ୟ ଅଯୋଗ୍ୟ ହିତାଧିକାରୀଙ୍କ ନାଁ ଥିବା ଅଭିଯୋଗ ହୋଇଛି ।
ବିଶେଷ କରି ଓଡ଼ଗାଁ ଏବଂ ନୟାଗଡ଼ ବ୍ଲକରେ ଶହ ଶହ ଅଯୋଗ୍ୟ ହିତାଧିକାରୀଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ନାଁ ରହିଥିବାରୁ ଯୋଗ୍ୟ ହିତାଧିକାରୀ ପକ୍କା ଘର ଖଣ୍ଡେ ପାଇଁ ବର୍ଷ ବର୍ଷ ଧରି ଅପେକ୍ଷା କରିବା ପାଇଁ ପଡୁଛି, ଜିଲ୍ଲା ପ୍ରଶାସନ ନିକଟରେ ବିଜେପି ପକ୍ଷରୁ ଏନେଇ ଅଭିଯୋଗ ହୋଇଛି ।
ଦଳୀୟ ଭିତିରେ ବିଜେଡି ନେତା ମାନେ ପଞ୍ଚାୟତରେ ସରକାରୀ କର୍ମଚାରୀଙ୍କୁ ହାତେଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ଅଯୋଗ୍ୟ ହିତାଧିକାରୀଙ୍କ ନାଁ ରଖିଥିବା ବିଜେପି ପକ୍ଷରୁ ଅଭିଯୋଗ ହୋଇଛି ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ଵଚ୍ଛତା ପାଇଁ ଅଯୋଗ୍ୟ ହିତାଧିକାରୀଙ୍କ ନାଁ ତାଲିକାରୁ କାଟି ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେବାକୁ ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜନୀତି ନ କରି ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ଦାବି କରିଛନ୍ତି ।
ବିଜେପି ନେତ୍ରୀ ଇରାନୀ ରାୟ, ସେପଟେ ଜିଲ୍ଲାପାଳ କହିଛନ୍ତି । କୌଣସି ଅଯୋଗ୍ୟ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯିବ ନାହିଁ । ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର ଯୋଗାଇ ଦିଆଯିବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031