Indus Valley Times

ସାହିତ୍ୟ ଆମକୁ ସତ୍ୟ ସହ ସାକ୍ଷାତକାର କରାଏ: ଉଦୟନ ବାଜପେୟୀଗୌରହରି ଦାସଙ୍କୁ ୪୩ତମ ଶାରଳା ପୁରସ୍କାର

 Breaking News

ସାହିତ୍ୟ ଆମକୁ ସତ୍ୟ ସହ ସାକ୍ଷାତକାର କରାଏ: ଉଦୟନ ବାଜପେୟୀଗୌରହରି ଦାସଙ୍କୁ ୪୩ତମ ଶାରଳା ପୁରସ୍କାର

October 26
21:48 2022

Literature introduces us to truth, says noted litterateur Udayan

By Our Correspondent
ଭୁବନେଶ୍ୱର, ୨୬/୧୦: ସାହିତ୍ୟ ଆମକୁ ସତ୍ୟ ସହ ସାକ୍ଷାତକାର କରାଏ । ଏହା ପାଠକର ଅଦ୍ୱିତୀୟ ବିବେକକୁ ଜାଗ୍ରତ କରେ । ହୋଟେଲ ମେ’ଫେୟାର କନଭେନସନଠାରେ ଇମ୍ପାକ୍‍ଟ ପକ୍ଷରୁ ଆୟୋଜିତ ୪୩ତମ ଶାରଳା ପୁରସ୍କାର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ବିଶିଷ୍ଟ ହିନ୍ଦୀ ଲେଖକ ଉଦୟନ ବାଜପେୟୀ ।

ଏହି ଅବସରରେ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯାଇଛି ୪୩ତମ ଶାରଳା ପୁରସ୍କାର ।

୨୦୧୮ ମସିହାରେ ଟାଇମ୍‍ପାସ୍‍ ପବ୍ଲିକେଶନ୍‍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ପାଇଛନ୍ତି । ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଡ. ଦାସଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଛି ।

କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର ଶ୍ରୀ ପ୍ରଫୁଲ୍ଲ ମହାନ୍ତି ଏବଂ ପ୍ରସିଦ୍ଧ ଓଡ଼ିଶୀ ସଙ୍ଗୀତସାଧକ ଗୁରୁ ଶ୍ରୀ ଘନଶ୍ୟାମ ପଣ୍ଡାଙ୍କୁ ପ୍ରଦାନ କରାଯାଇଛି । ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯାଇଥିଲା ।

ଉତ୍ସବରେ ଟ୍ରଷ୍ଟି ଶ୍ରୀମତୀ ପାରମିତା ପଣ୍ଡା ସ୍ୱାଗତଭାଷଣ ପ୍ରଦାନ କରିଥିବା ବେଳେ ଉତ୍ସବର ସଂଯୋଜନା କରିଥିଲେ ବିଜୟ ମଲ୍ଲ । ଦ୍ୱିତୀୟ ଅଧିବେଶନରେ ବିୟତପ୍ରଜ୍ଞା ତ୍ରିପାଠୀଙ୍କ ସଂଯୋଜନାରେ ପୁରସ୍କୃତ ଲେଖକ ଡ. ଗୌରହରି ଦାସ ଏବଂ ମୁଖ୍ୟଅତିଥି ଉଦୟନ ବାଜପେୟୀଙ୍କ ମଧ୍ୟରେ ଏକ ଆଲୋଚନା ପର୍ବ ଅନୁଷ୍ଠିତ ହୋଇଥିଲା ।

ଏଠାରେ ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ । ୧୯୮୦ ମସିହାରୁ ପ୍ରଦାନ କରାଯାଇଆସୁଥିବା ଶାରଳା ପୁରସ୍କାର ୪୩ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି । ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି । ଇମ୍ପାକ୍ଟର ଅନ୍ୟଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି “ଏକଲବ୍ୟ ପୁରସ୍କାର’, ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031