Indus Valley Times

ଆଇନ୍ କଡ଼ା ପଦକ୍ଷେପ ନେବ, ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ: ରାଜ୍ୟପାଳ

 Breaking News

ଆଇନ୍ କଡ଼ା ପଦକ୍ଷେପ ନେବ, ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ: ରାଜ୍ୟପାଳ

ଆଇନ୍ କଡ଼ା ପଦକ୍ଷେପ ନେବ, ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ: ରାଜ୍ୟପାଳ
July 15
12:34 2025

ଭୁବନେଶ୍ୱର,୧୫/୭: ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ସାରା ରାଜ୍ୟ ଶୋକ ପ୍ରକାଶ କରୁଥିବା ବେଳେ ଘଟଣାକୁ ନେଇ ଆକ୍ସନ ମୋଡରେ ରାଜ୍ୟପାଳ।
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ମର୍ମାହତ ରାଜ୍ୟପାଳ କହିଛନ୍ତି। ରାଜ୍ୟପାଳ କହିଛନ୍ତି, ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ। ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି। ଆଇନ କଡ଼ା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ।
ଅନ୍ୟପଟେ, ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦୁଃଖ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି, ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ଭାଜପା ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା। ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ବର ଉଠାଇଥିଲେ । କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା। ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ। ପ୍ରତ୍ୟେକ ଥର ପରି, ଭାଜପା ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା ଏବଂ ଏକ ନିର୍ଦ୍ଦୋଷ ଝିଅକୁ ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା। ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା। ରାହୁଲ ଆହୁରି ଲେଖିଛନ୍ତି, ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର , ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ଆତ୍ମହତ୍ୟା କରୁଛନ୍ତି ଆଉ ଆପଣ? ଆପଣ ଚୁପ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031