Indus Valley Times

‘ଆଉ ୨ ଦିନରେ ଛାଡ଼ିବ ବନ୍ୟା ପାଣି, ୭ ଦିନ ମଧ୍ୟରେ ସବୁ ଘାଇର ହେବ ମରାମତି’; ସମୀକ୍ଷା ପରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

 Breaking News

‘ଆଉ ୨ ଦିନରେ ଛାଡ଼ିବ ବନ୍ୟା ପାଣି, ୭ ଦିନ ମଧ୍ୟରେ ସବୁ ଘାଇର ହେବ ମରାମତି’; ସମୀକ୍ଷା ପରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

August 01
17:05 2026

ଭୁବନେଶ୍ୱର, ୧/୮ : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି।
ସେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ୧୨ଟି ବ୍ଲକର ବନ୍ୟା ସ୍ଥିତି ଆକାଶ ମାର୍ଗରୁ ଅନୁଧ୍ୟାନ କରି ପରିସ୍ଥିତିର ସମୀକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର (SRC) ମଧ୍ୟ ଉପସ୍ଥିତ ଥିଲେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବନ୍ୟା ପ୍ରଭାବିତ ଅଞ୍ଚଳରୁ ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।
ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ୧୭ଟିODRAF, ୭ଟି NDRF ଏବଂ ୧୨୯ଟି ଅଗ୍ନିଶମ ବାହିନୀର ଟିମ୍ ବିଭିନ୍ନ ପ୍ରଭାବିତ ଅଞ୍ଚଳରେ ନିୟୋଜିତ ହୋଇଥିବା ସେ ସୂଚନା ଦେଇଛନ୍ତି।
ବନ୍ୟା ପାଣି ସମ୍ପୂର୍ଣ୍ଣ ହ୍ରାସ ପାଇବାର ତିନି ଦିନ ମଧ୍ୟରେ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦାଖଲ କରିବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଞ୍ଚଞ୍ଚରାଜ୍ୟ ବିପର୍ଯ୍ୟୟ ପ୍ରତିକ୍ରିୟା ପାଣ୍ଠି (SDRF) ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେ ଆହୁରି କହିଛନ୍ତି ଯେ, ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟ ସମସ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ବିଶୋଧନ ଓ ସ୍ୱଚ୍ଛତା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।
ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ବିଭିନ୍ନ ନଦୀରେ ଜଳସ୍ତର କମିବା ଆରମ୍ଭ ହୋଇଛି ଏବଂ ଆସନ୍ତା ଦୁଇ ଦିନ ମଧ୍ୟରେ ବନ୍ୟା ସ୍ଥିତିରେ ଉଲ୍ଲେଖନୀୟ ସୁଧାର ଆସିବ ବୋଲି ଆଶା କରାଯାଉଛି। ରାଜ୍ୟ ସରକାର ପରିସ୍ଥିତି ଉପରେ ସତତ ନଜର ରଖିଥିବା ବେଳେ ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

November 2026
M T W T F S S
 1
2345678
9101112131415
16171819202122
23242526272829
30