Indus Valley Times

ଆଜି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ

 Breaking News

ଆଜି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ

ଆଜି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ
September 07
10:05 2025

ପୁରୀ,୭/୯: ଆଜି ଚନ୍ଦ୍ରଗ୍ରହଣ । ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି। ଗ୍ରହଣ ସ୍ପର୍ଶ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାତି ୨ଟାରେ ଦ୍ୱାରଫିଟା ନୀତି ରହିଛି। ରାତି ୨ଟା ୩୦ରେ ଭିତରଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ ତଡ଼ପଲାଗି ୩ଟା, ଅବକାଶ ଓ ରୋଷହୋମ ୩ଟା ୩୦ରେ କରାଯିବ। ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳବଲ୍ଲଭ ସରିବା ପରେ ଭୋର ୫ଟାରୁ ୬ଟା ମଧ୍ୟରେ ସକାଳ ଧୂପ (କେବଳ କୋଠଭୋଗ) ସମ୍ପନ୍ନ ହେବ। ୬ଟା ୧୫ରେ ମଇଲମ, ସାଢ଼େ ୭ଟାରେ ଭୋଗମଣ୍ଡପ ଶେଷ ହୋଇ ସକାଳ ୮ଟାରୁ ୯ଟା ମଧ୍ୟରେ ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ) ସମ୍ପନ୍ନ ହେବ। ସକାଳ ୯ଟା ୩୦ରେ ଦକ୍ଷିଣୀ ଘର ଭୋଗ, ସାଢେ ୮ଟାରୁ ୧୦ଟା ମଧ୍ୟରେ ଦ୍ୱିତୀୟ ଭୋଗମଣ୍ଡପ, ମଇଲମ, ୧୧ଟା ୧୫ରେ ସନ୍ଧ୍ୟା ଆଳତି ନୀତି ସମ୍ପନ୍ନ ହେବ। ରବିବାର ଗୋବିନ୍ଦ ବନ୍ଦାପନା ଓ ଇନ୍ଦ୍ର ହାତୀ ପ୍ରସ୍ତାବ ରହିଛି। ତେଣୁ ଼ପୂର୍ବାହ୍ନ ୧୧ଟା ୩୦ରେ ଦୋଳଗୋବିନ୍ଦ ଭିତରକୁ ବିଜେ କରିବେ। ୧୧ଟା ୪୫ରେ ଆଜ୍ଞାମାଳ ପାଇ ପାଲିଙ୍କିକୁ ବିଜେ କରିବେ। ୧୨ଟାରେ ପାଲିଙ୍କି ଉଠିବ। ସାଢ଼େ ୧୨ଟା ସୁଦ୍ଧା ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ସାରି ବାହୁଡ଼ା ବିଜେ କରିବେ। ମଇଲମ ଓ ତଡ଼ପଲାଗି ହୋଇ ଭିତରକାଠ ଦର୍ଶନ ହେବ। ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ, ଗ୍ରହଣଭୋଗ ଓ ଅନ୍ୟନୀତି ହେବା ନେଇ ଛତିଶା ନିଯୋଗ ବୈଠକରେ ସ୍ଥିର କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031