Indus Valley Times

ଆଜି ପବିତ୍ର ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି

 Breaking News

ଆଜି ପବିତ୍ର ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି

ଆଜି ପବିତ୍ର ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି
January 03
10:38 2026

ପୁରୀ, ୩/୧ : ଆଜି ପୌଷ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ । ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ସୁନାବେଶ ଦର୍ଶନ ଦେବେ ଶ୍ରୀଜିଉ । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ।
ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ । ମସ୍ତକରେ କିରୀଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ା ମାଳି, ବାହାଡା ମାଳି, ସେବତୀ ମାଳି, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାର ରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ହଜାର ହଜାର ଭକ୍ତ ଆତ୍ମସନ୍ତୋଷ ଲାଭ କରିଥାନ୍ତି ।
ସେହିପରି ଆଜି ସନ୍ଧ୍ୟାରେ ମହୋଦଧି ଆଳତି ଅନୁଷ୍ଠିତ ହେବ। ଏଥିରେ ଜଗତଗୁରୁ ଶଙ୍କରାଚାର‌୍ୟ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଙ୍କ ସହିତ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଭାରତ ବର୍ଷର ବିଭିନ୍ନ କୋଣ ଅନୁକୋଣରୁ ସାଧୁସନ୍ଥ ଉପସ୍ଥିତ ରହି ଧାର୍ମିକ ଜ୍ଞାନ ବାର୍ତ୍ତା ସହିତ ଦିବ୍ୟ ସନ୍ଦେଶ ଭକ୍ତଜନଙ୍କୁ ଦେବେ । ବର୍ଷକୁ ମହାପ୍ରଭୁଙ୍କର ୫ ଥର ହୋଇଥାଏ ସୁନାବେଶ । ରତ୍ନ ସିଂହାସହନରେ ୪ ଥର, ରଥ ଉପରେ ଥରେ ସୁନାବେଶ ହୋଇଥାଏ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031