Indus Valley Times

ଆଜି ମଣ୍ଡପରେ ମହାମାୟାଙ୍କ ମହା ନବମୀ

 Breaking News

ଆଜି ମଣ୍ଡପରେ ମହାମାୟାଙ୍କ ମହା ନବମୀ

ଆଜି ମଣ୍ଡପରେ ମହାମାୟାଙ୍କ ମହା ନବମୀ
October 12
08:45 2024

କଟକ ,୧୨/୧୦: ଆଜି ମଣ୍ଡପରେ ମହାମାୟାଙ୍କ ମହା ନବମୀ। ଦୁର୍ଗତୀନାଶିନୀଙ୍କ ଆବାହନରେ ପ୍ରକମ୍ପିତ ହେଉଛି ଗଗନ ପବନ। ଘଣ୍ଟ ଘଣ୍ଟା ଓ ଶଙ୍ଖ ଧ୍ୱନିରେ ଉଛୁଳି ପଡୁଛି ପରିବେଶ। ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ଓ ଚଣ୍ଡୀପାଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ମହାନବମୀ ପୂଜା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶକ୍ତିପୀଠରେ ଚାଲିଛି ମହାମାୟାଙ୍କ ଦଶମୀ ପୂଜା।
ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ। ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଛି ପୁରା ସହର। କଟକ ସହରର ପ୍ରସିଦ୍ଧ ଦଶହରା ପୂଜା ଦେଖିବାକୁ ବିଭିନ୍ନ ସ୍ଥାନରୁ ଏଠି ଜମୁଛି ହଜାର ହଜାର ଲୋକଙ୍କ ଭିଡ଼।
ଅଧିକ ସୁନ୍ଦର ହୋଇଛି ଏଲଇଡିରେ କାର୍ଟୁନ ଓ ମୂର୍ତ୍ତି। ଡ୍ରାଗନ୍, ପ୍ରଜାପତି, ମାଛ ଓ ହଂସ ଭଳି ବିଭିନ୍ନ ଲାଇଟ୍ କାର୍ଟୁନରେ ଚଳିତବର୍ଷ ଲାଇଟ୍ ଗେଟ୍ ତିଆରି କରିଛନ୍ତି ପୂଜା କମିଟି କର୍ମକର୍ତ୍ତା। ଚହଟା ଛକ, ଖାନନଗର, ରାଣୀହାଟ, କଲେଜ ଛକ, ଯୋବ୍ରା, ବଜ୍ରକବାଟି ଆଦି ସ୍ଥାନରେ ଆକର୍ଷଣୀୟ ଲାଇଟ ଗେଟ୍ ନିର୍ମାଣ ହୋଇଛି। ଆକର୍ଷଣୀୟ ତୋରଣ ସାଂଗକୁ ସୁନା ଚାନ୍ଦି ମେଢ ଦେଖିବାକୁ ଜମୁଛି ଦର୍ଶକଙ୍କ ଭିଡ଼।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031