Indus Valley Times

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଲିଙ୍ଗରାଜରେ ଲମ୍ବା ଲାଇନ୍‌

 Breaking News

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଲିଙ୍ଗରାଜରେ ଲମ୍ବା ଲାଇନ୍‌

August 03
10:41 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୩/୮ : ଶ୍ରାବଣ ମାସର ଆଜି ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।
ଭୁବନେଶ୍ବର : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଭଗବାନ ଶିବଙ୍କ କୃପା ପାଇବା ପାଇଁ ଅନେକ ଭକ୍ତ ଆଜି ବ୍ରତ ରଖିଛନ୍ତି । ବିଭିନ୍ନ ଶିବାଳୟରେ କାଉଡ଼ିଆ ମାନଙ୍କ ଭିଡ ଦେଖିବାକୁ ମିଳିଛି। ହରିଶଙ୍କରଠାରେ କାଉଡ଼ିଆମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ଜ୍ଝ ବୋଲ୍‌ବମ୍ ଧ୍ବନିରେ ହରିଶଙ୍କର ପୀଠ କମ୍ପିଥିଲା। ସେହିପରି ଶ୍ରାବଣ ମାସ ପ୍ରଥମ ସୋମବାରରେ କାଉଡ଼ିଆ ମାନେ ଜଳ ଲଗେଇବା ପାଇଁ ଲିଙ୍ଗରାଜ ମନ୍ଦିର ରେ ଲମ୍ବା ଲାଇନ୍ ଲଗାଇଛନ୍ତି ।
ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି ।
ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତି ନୀତି ପାଳନ କରିଥା’ନ୍ତି ।
ଶ୍ରାବଣ ମାସ ସାରା ପ୍ରତିଟି ସୋମବାର ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଖାଲିପାଦରେ ବାହୁଙ୍ଗା ବୋହି ପାଦରେ ଚାଲି ଚାଲି ନିଷ୍ଠାର ସହ ଶୈବପୀଠକୁ ଆଣି ଭୋଳାବାବାଙ୍କୁ ଜଳ ଲାଗି କରିଥା’ନ୍ତି ।
ତେବେ ଏନେଇ ବିଭିନ୍ନ ନଦୀ ଘାଟ ଓ ତୀର୍ଥସ୍ଥଳୀ ଗୁଡ଼ିକରେ କଡ଼ା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି । ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡିକରେ ପୁଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930