Indus Valley Times

ଆରଏମସି ସଭାଗୃହରେ ଖରିଫ ଧାନ କ୍ରୟ ସମ୍ପର୍କିତ ପାକ୍ସ ସମ୍ପାଦକ ଓ ଡିଇଓ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଆରଏମସି ସଭାଗୃହରେ ଖରିଫ ଧାନ କ୍ରୟ ସମ୍ପର୍କିତ ପାକ୍ସ ସମ୍ପାଦକ ଓ ଡିଇଓ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

December 11
21:18 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୧/୧୨ : (ଗୁରୁବାର) ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ନିୟନ୍ତ୍ରିତ ବଜାର କମିଟି ସଭା ଗୃହ ଠାରେ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଖରିଫ ୨୦୨୫-୨୬ ବର୍ଷରେ କ୍ରୟ କରିବାକୁ ଥିବା ଧାନର ମାନ ପରୀକ୍ଷଣ ଓ ପିପାସ୍ ପଦ୍ଧତି ସମ୍ବନ୍ଧେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ ।
ସମ୍ମାନିତ ଅତିଥି ତଥା ପ୍ରଶିକ୍ଷକ ଭାବରେ ସମବାୟ ସମିତି ସମୁହର ଉପ ନିବନ୍ଧକ ଫକିର ମୋହନ ବାଘ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନାଥ ହାଁସଦା, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ, ସହକାରୀ ଯୋଗାଣ ଅଧିକାରୀ ବୌଦ୍ଧ ଯୋଗ ଦେଇଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ, ଡାଟା ଏଣ୍ଟ୍ରି ଅପରେଟର ଓ ଧାନ କ୍ରୟରେ ସାମିଲ ହୋଇଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031