Indus Valley Times

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

 Breaking News

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
June 18
12:06 2025

ଭୁବନେଶ୍ୱର,୧୮/୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ।
ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବାରୁ ସବୁ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା
ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୁଧବାର କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂଜାରି କରାଯାଇଛି। ଏସବୁଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାବେଳେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।
ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ କଟକ ଆଦି ଜିଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031