Indus Valley Times

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ

 Breaking News

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ
June 08
11:30 2025

ଭୁବନେଶ୍ବର, ୮/୬ : ଆଜି ରାଜଧାନୀରେ ଖରା ସାଙ୍ଗକୁ ମେଘୁଆ ପାଗ ପରିଲକ୍ଷିତ ହେଉଛି। ତେବେ ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଆଜି ୪୩ ଡିଗ୍ରି ପହଞ୍ଚିପାରେ ତାତି ବୋଲି ଅନୁମାନ କରାଯାଉଛି।
ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ପଶ୍ଚିମ ଓଡ଼ିଶାରେ ଅନ୍ୟ କିଛି ଜିଲ୍ଲାରେ ୪୦ ଡିଗ୍ରି ଉପରେ ରହିପାରେ ତାପମାତ୍ରା । ଏହାସହ ଉପକୂଳ ଓଡ଼ିଶାର ମଧ୍ୟ ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ।
ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା । ଏବେ ପୁଣି ଅସହ୍ୟ ତାତି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇବ । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ବି ରେକର୍ଡ ହୋଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031