Indus Valley Times

ଆସିଲା ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

 Breaking News

ଆସିଲା ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଆସିଲା ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
March 06
15:53 2025

ଭୁବନେଶ୍ୱର,୬/୩ : ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି।
ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍‌ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।
ଏଥିସହିତ ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଆସିବ। ଗୋଟିଏ ଦିନରେ ୫ ହଜାର କୋଟି ଟଙ୍କା ସରକାର ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ।
ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ପ୍ରଦାନ କରାଯିବ। ଉକ୍ତଦିନ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିବ। ସର୍ଭେ ପରେ ଅବଶିଷ୍ଟ ହିତାଧିକାରୀଙ୍କୁ ଆସନ୍ତା ରାଖୀ ପୂର୍ଣ୍ଣିମାରେ ଏକ ସଙ୍ଗେ ୩ଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031