Indus Valley Times

ଆସୁଛି ବାତ୍ୟା ‘ମୋନ୍ଥା’: ୨୭ରେ ବାତ୍ୟା ସୃଷ୍ଟି, ୨୮ ବା ୨୯ରେ ସ୍ଥଳଭାଗ ଛୁଇଁବ

 Breaking News

ଆସୁଛି ବାତ୍ୟା ‘ମୋନ୍ଥା’: ୨୭ରେ ବାତ୍ୟା ସୃଷ୍ଟି, ୨୮ ବା ୨୯ରେ ସ୍ଥଳଭାଗ ଛୁଇଁବ

ଆସୁଛି ବାତ୍ୟା ‘ମୋନ୍ଥା’: ୨୭ରେ ବାତ୍ୟା ସୃଷ୍ଟି, ୨୮ ବା ୨୯ରେ ସ୍ଥଳଭାଗ ଛୁଇଁବ
October 25
09:55 2025

ଭୁବନେଶ୍ୱର, ୨୫/୧୦ : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ।୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି।
ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ଏବଂ ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ତାହା ଜଣାପଡି ନାହିଁ। ଲଘୁଚାପଟି ଅବପାତରେ ପରିଣତ ହେବା ପରେ ହିଁ ବାତ୍ୟାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ।
ମାତ୍ର ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିପାରେ। ଏହା ପ୍ରଭାବରେ ୨୭ ତାରିଖରୁ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିବ।
୨୭ରୁ ୨୯ ତାରିଖ ୩ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଡ. ମହାନ୍ତି ସୂଚନା ଦେଇଛନ୍ତି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ଏହିସବୁ ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ବୌଦ୍ଧ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ସୋମବାର ୨୭ତାରିଖରେ ରାଜ୍ୟର ସମସ୍ତ ଜିଲାକୁ ୟୋଲେ ୱାର୍ନିଂ ଏବଂ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031