Indus Valley Times

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶର କଲେ ସମୀକ୍ଷା

 Breaking News

June 17
17:03 2025

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟ
ବଲାଙ୍ଗିର, ୧୭/୬ : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି।
ଏହା ପରେ ପଥରଚେପା ପଡିଆ କୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି।ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀ ଙ୍କୁ କହିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା। ପାର୍କିଂ,ସୁରକ୍ଷା, ପ୍ରଚାରପ୍ରସାର,ମେଡ଼ିକାଲ ଟିମ ଆଦି ବାବଦରେ ଆଲୋଚନା ହୋଇଥିଲା।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ହୋଇଥିବା ବୈଠକରେ ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର,ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ,ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା,ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର ଓ ଜିଲ୍ଲାସ୍ତରୀୟ ଅନ୍ୟ ଅଧିକାରୀ ବୃନ୍ଦ ଉପସ୍ଥିତ ରହିଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031