Indus Valley Times

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର

 Breaking News

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର
November 07
18:58 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ

ଭୁବନେଶ୍ୱର, ୭/୧୧ : ଚଳିତ ବର୍ଷ ମୁଖ୍ୟମନ୍ତ୍ରୀଙ୍କ ନିବାସରେ ପାଳନ ହେବନି ପବିତ୍ର ଦୀପାବଳି ଉତ୍ସବ । ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଦକ୍ଷିଣ ଓଡ଼ିଶାରେ ଉପୁଜିଥିବା ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନିବାସରେ ଦୀପାବଳୀ ଉତ୍ସବ ପାଳିତ ହେବ ନାହିଁ।
ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି, ଦୀପାବଳି ପାଳନ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଦୀପାବଳୀ ଅବସରରେ ମୁଖ୍ୟମନ୍ତ୍ରୀ ନିବାସକୁ କୌଣସି ପ୍ରକାର ଉପହାର କିମ୍ବା ଫୁଲତୋଡ଼ା ନେଇ ନ ଆସିବା ପାଇଁ ସମସ୍ତ ଶୁଭେଚ୍ଛୁ ତଥା ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି ।
ପ୍ରଭାବିତ ଅଞ୍ଚଳର ଜନସାଧାରଣଙ୍କ ପ୍ରତି ସମ୍ବେଦନଶୀଳ ରହି ବିପର‌୍ୟ୍ୟୟ ପ୍ରଭାବିତଙ୍କ ସହାୟତାରେ ସହଯୋଗର ହାତ ବଢ଼ାଇବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି।

About Author

indadmin

indadmin

Related Articles

Archives

Calendar

November 2026
M T W T F S S
 1
2345678
9101112131415
16171819202122
23242526272829
30