Indus Valley Times

ଗଜପତି: ଜିଲ୍ଲାସ୍ତରୀୟ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ

 Breaking News

ଗଜପତି: ଜିଲ୍ଲାସ୍ତରୀୟ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ

ଗଜପତି: ଜିଲ୍ଲାସ୍ତରୀୟ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ
May 12
10:43 2024

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୨/୫: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ଦ୍ଵିତୀୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।
ଜାତୀୟ ଆଇନ ସେବା ପ୍ରାଧକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ
ରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।
ପ୍ରାଧିକରଣ ସଚିବ ଶ୍ରୀ ରବିନାରାୟଣ ବେହେରା ଉପସ୍ଥିତ ରହି କୋର୍ଟ କାର୍ଯ୍ୟ ପରିଚାଳନା କରି
ସହଯୋଗ ପ୍ରଦାନ କରିଥିଲେ ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ବିଚାରଧୀନ ଥିବା ମାମଲା ଗୁଡ଼ିକର ତ୍ଵରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବେଞ୍ଚମାନ ପ୍ରତିଷ୍ଠା କରା ଯାଇଥିଲା ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି ,
ଅତିରିକ୍ତ ଜିଲ୍ଲା ଜଜ ଶ୍ରୀ ପ୍ରଦୀପ କୁମାର ସାମଲ , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ
ନରୋତ୍ତମ ସେଠୀ , ସବଜଜ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ଉପ ଖଣ୍ଡୀୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ
ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ, ଶ୍ରୀ ସୁଭାଶିଷ ପାଣି ପ୍ରମୁଖ ଉପସ୍ଥିତ ରହିନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।
ସେହିପରି ଜିଲ୍ଲାର ରା ଉଦୟଗିରି କୋର୍ଟ ଠାରେ ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ
ଜଜ ଶ୍ରୀ ପୁଣ୍ୟଶ୍ଲୋକ ରଥ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ତରୁଣ କୁମାର ସେଠୀ , ମୋହନା ଠାରେ
ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ଓ କାଶିନଗର ଗ୍ରାମୀଣ ନ୍ୟାୟାଳୟର
ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସୁଶ୍ରୀ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର‌୍ୟ୍ୟ ସମ୍ପାଦନ କରିଥିଲେ ।
ଆୟୋଜିତ ଲୋକ ଅଦାଲତରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କ୍ ର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ୍ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇ ଚେଷ୍ଟା କରିଥିଲେ ।
ଆୟୋଜିତ ଏହି ଲୋକ ଅଦାଲତ ରେ ଜିଲ୍ଲା କୋର୍ଟ ଓକିଲ ସଂଘ ସଭାପତି ଓ ସଂପାଦକଙ୍କ ସମେତ ସମସ୍ତ ବରିଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେଶ ମକଦ୍ଦମାରେ ସହଯୋଗ ପ୍ରଦାନ କରିଥିଲେ ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ମୋଟ ୨୦୯୪ ଟି କେଶକୁ ବିଚାରକୁ ନିଆଯାଇ ୧୫୫୮ ଟି କେଶର ତ୍ୱରିତ ସମାଧାନ କରାଯାଇ ଜରିମାନା ବାବଦକୁ ୧୩,୨୭,୮୧୧, ୦୦ ଆଦାୟ କରା ଯାଇଥିଲା।
ବ୍ୟାଙ୍କ୍ ମାନେ ଉପସ୍ଥିତ ରହି ୩୯୦ ରୁ , ୩୦ କେଶର ସମାଧାନ କରି ୬,୭୭,୮୫୦.୦୦ ଟଙ୍କା ଜରିମାନା ଆଦାୟ କରିଥିଲେ ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ କୋର୍ଟ ଓ ପ୍ରାଧିକରଣ ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930