Indus Valley Times

ଗଜପତି: ସୁଶାସନ ସପ୍ତାହ କର୍ମଶାଳା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ସୁଶାସନ ସପ୍ତାହ କର୍ମଶାଳା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

December 20
18:46 2025

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୦/୧୨ : ଜିଲ୍ଲା ସ୍ତରୀୟ ସୁଶାସନ ସପ୍ତାହ “ପ୍ରଶାସନ ଗାଁ କି ଓର” ସମ୍ପର୍କିତ ଏକ କର୍ମଶାଳା କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଶୁଭାରମ୍ଭ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଶିକ୍ଷା , ସ୍ୱାସ୍ଥ୍ୟ ଓ ଯୋଗାଯୋଗ ସମେତ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରି ସମସ୍ତ ଆଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଆଲୋଚନା ହୋଇଥିଲା ।
ଏହି ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର’ କର୍ମଶାଳା କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲାରେ ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲାସ୍ତରୀୟ ପର୍ଯ୍ୟନ୍ତ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଜନସାଧାରଣ ଅଭିଯୋଗ ଶୁଣାଣି କରି ସମାଧାନ କରିବା ପାଇଁ ଜିଲ୍ଲା ପ୍ରଶାସନ କାର୍ଯ୍ୟ କରୁଅଛି।
ଏହି ପରି ପେକ୍ଷୀ ରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡ଼ିକୁ ଚିହ୍ନଟ କରି ତୁରନ୍ତ ସମାଧାନ କରିବା ସହ ଜନସେବା ପ୍ରଦାନ କରିବା , ବିଚାରଧୀନ ଜନସାଧାରଣଙ୍କ ଅଭିଯୋଗ ସମାଧାନ , ଅନଲାଇନ୍ ସେବା ପ୍ରଦାନ କରିବା ସୁଶାସନ ସପ୍ତାହ ମୂଳ ଉଦ୍ଦେଶ୍ୟ ଅଟେ ବୋଲି କୁହାଯାଇଛି ।
ଏହି ସୁଶାସନ ସପ୍ତାହ କର୍ମଶାଳାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ମିତାଲି ପାଢ଼ୀ , କାଶ୍ୟପି ବେହେରା , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031