Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ
May 04
10:32 2022

ଭୁବନେଶ୍ୱର, ୪/୫ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୮୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୬୪୨୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031