Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ
July 29
10:32 2022

ଭୁବନେଶ୍ୱର, ୨୯/୭ : ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ,ଓ ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଚନ୍ତି ।
ସେହିପରି ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୨୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୮୮ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୯ଜଣ, ଷ୍ଟେଟ ପୁଲ୍ରୁ ୩୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୧୧୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୭୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୫୧୫୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୦୨୮୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031