Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୪୭ ଜଣ ସ୍ଥାନୀୟ ସଂକ୍ରମିତ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୪୭ ଜଣ ସ୍ଥାନୀୟ ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୪୭ ଜଣ ସ୍ଥାନୀୟ ସଂକ୍ରମିତ
August 25
10:53 2022

ଭୁବନେଶ୍ବର,୨୫/୮: ଗୁରୁବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି। କିଛି ଦିନ ପରେ ଗୁରୁବାର ଏହା ୩ ଶହ ଉପରେ ରହିଛି। ଗତକାଲି ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୨୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଦୈନିକ କରୋନା ସଂକ୍ରମଣ ୮୦ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଗୁରୁବାର ରାଜ୍ୟର ୨୯ଟି ଜିଲ୍ଲାରୁ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୭, ବରଗଡ଼ରୁ ୧୨, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୫ ଜଣ, ବୌଦ୍ଧରୁ ୨୮, କଟକରୁ ୨୨ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୪, ଓ କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।
ସେହିପରି କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, କେଉଁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୬୨, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୧୧, ପୁରୀରୁ ୪ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୭୮ ଜଣ ଓ ଷ୍ଟେଟପୁଲରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୩, ୨୬, ୧୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୪, ୭୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031