Indus Valley Times

ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପାଟଖଣ୍ଡା

 Breaking News

ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପାଟଖଣ୍ଡା

ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପାଟଖଣ୍ଡା
March 31
23:26 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୩୧/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଚୈତ୍ର ମାସର ଚତୁର୍ଥ ତଥା ଶେଷ ମଙ୍ଗଳବାର ଯାତ୍ରା ଉଦଯାପିତ ହୋଇଯାଇଛି ।
ଏହି ଅବସରରେ ମା’ ପାଟଖଣ୍ଡା ପଦ୍ମ ଫୁଲ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି ।
ଚୈତ୍ର ମାସର ଶେଷ ମଙ୍ଗଳବାର ହୋଇଥିବା ଯୋଗୁଁ ସମଗ୍ର କନ୍ଧମାଳ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଶତାଧିକ ଭକ୍ତ ମାନେ ଆସି ମା ‘ଙ୍କ ଦର୍ଶନ କରିଥିଲେ ।
ପ୍ରତ୍ୟୁଷରୁ ମା’ ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା’ଙ୍କର ଏହି ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର‌୍ୟ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା ।
ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ । ମାନସିକ ଧାରୀ କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା ।
ଏ ନେଇ ମନ୍ଦିର ପରିଚାଳନା କମିଟି ଓ କେତେକ ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା କ୍ଷ କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ ।
” ୧୮୧୭ର ପାଇକ ବିଦ୍ରୋହ ” ସମ୍ପର୍କ ରେ ପାଠଚକ୍ର
ବାଲିଗୁଡା,୩୧/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ର ଇତିହାସ ବିଭାଗ ତରଫରୁ ଏକ ପାଠଚକ୍ର ଇତିହାସ ବିଭାଗର ମୁଖ୍ୟ ଅଧ୍ୟାପକ ବିଜେନ୍ଦ୍ର କୁମାର ବିନ୍ଧାଣୀଙ୍କ ସଭାପତିତ୍ୱରେ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଷୟ ବସ୍ତୁଥିଲା ” ୧୮୧୭ର ପାଇକ ବିଦ୍ରୋହ “।
ବିଭାଗୀୟ ଅଧ୍ୟାପକ ମାନସ ରଞ୍ଜନ ପ୍ରଧାନଙ୍କ ତତ୍ତ୍ୱାବଧାନତାରେ ବିଭାଗର ତୃତୀୟ ବର୍ଷର ଛାତ୍ର ବିଶ୍ଵ ମୋହନ ମଲ୍ଲିକ ଓ ଛାତ୍ରୀ ବିଷ୍ଣୁପ୍ରିୟା ମଲ୍ଲିକ ଏହି ସମ୍ବନ୍ଧରେ ପାଠ କରିଥିଲେ। ଆନ୍ତରିକ ଗୁଣବାର୍ତ୍ତା ସଂଯୋଜକ ହିମାଂଶୁ ଶେଖର ସାହୁ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଶେଷରେ ପଦ୍ମଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ
ବାଲିଗୁଡା, ୩୧/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ସ୍ଥିତ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କର ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା ।
ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପୂଜାରୀ ଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମଲୋଚନ ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ନିମନ୍ତେ ବିଭିନ୍ନ ମାର୍ଗଦର୍ଶନ ଦେଇଥିଲେ ।
ମୁଖ୍ୟବକ୍ତା ଭାବେ ସମାଜ ସେଵୀ ଗୌରଚନ୍ଦ୍ର ପୂଜାରୀ ଯୋଗ ନେଇ ଛାତ୍ରଛାତ୍ରୀ ଗଣ ଉପଯୁକ୍ତ ଶିକ୍ଷା ଲାଭ କରି ଦେଶ ଗଠନରେ ନିଜକୁ ଗଢିବା ପାଇଁ ପରାମର୍ଶ ଦେଇଥିଲେ ।
ସମ୍ମାନିତ ଅତିଥି ଭାବେ ଜାର୍ଗୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡା, ବାଲିଗୁଡା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀ, କଡିତଗା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉତ୍ତୋରତର ଉନ୍ନତି କାମନା କରିଥିଲେ ।
ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031