Indus Valley Times

ଚିଲିକାର ପାନୀୟ ଜଳ ଯୋଗାଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

 Breaking News

ଚିଲିକାର ପାନୀୟ ଜଳ ଯୋଗାଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଚିଲିକାର ପାନୀୟ ଜଳ ଯୋଗାଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
May 16
22:32 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା, ୧୬/୫ : ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳର ପାନୀୟ ଜଳ ଯୋଗାଣ ଓ ନୂତନ ନଳକୂପ ଖନନ, ନଳ କୂପର ମରାମତି ସମ୍ବନ୍ଧୀୟ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ସଂପର୍କରେ ଶୁକ୍ରବାର ଦିନ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ସମୀକ୍ଷା କରିଛନ୍ତି ଚିଲିକା ବିଧାୟକ ତଥା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।
ବିଶେଷ କରି ବର୍ତ୍ତମାନ ଗ୍ରୀଷ୍ମ ଋତୁରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଓ ପ୍ରକଳ୍ପ ଗୁଡ଼ିକୁ ଧାର୍ଯ୍ୟ ସମୟ ସୀମାରେ ସମାପ୍ତ କରିବା ଉପରେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ।
ସମସ୍ତଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରାଥମିକତା ଦେଇଛନ୍ତି । ଏହାକୁ ସୁନିଶ୍ଚିତ କରିବା ପାଇଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପରେ ବିପୁଳ ପୁଞ୍ଜିନିବେଶ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ରଶ୍ମିତା ଦାସ, ବାଣପୁର ବ୍ଲକ ବିଡ଼ିଓ ଶୀତଲ୍ ଅଗ୍ରୱାଲ,ଚିଲିକା ବ୍ଲକ ବିଡ଼ିଓ ପୁନମ ମହାପାତ୍ରଙ୍କ ସମେତ ଅନ୍ୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930