Indus Valley Times

ଜନଗଣନା-୨୦୨୭ ପାଇଁ ପ୍ରସ୍ତୁତି ଆରମ୍ଭ; ଜିଲ୍ଲାସ୍ତରୀୟ ସମୀକ୍ଷା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

 Breaking News

ଜନଗଣନା-୨୦୨୭ ପାଇଁ ପ୍ରସ୍ତୁତି ଆରମ୍ଭ; ଜିଲ୍ଲାସ୍ତରୀୟ ସମୀକ୍ଷା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଜନଗଣନା-୨୦୨୭ ପାଇଁ ପ୍ରସ୍ତୁତି ଆରମ୍ଭ; ଜିଲ୍ଲାସ୍ତରୀୟ ସମୀକ୍ଷା ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
February 07
08:58 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୭/୨ : ଭାରତ ସରକାରଙ୍କ ଆଗାମୀ ଜନଗଣନା-୨୦୨୭ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି।
ଏହି ପରିପ୍ରେକ୍ଷୀରେ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପଦାଧିକାରୀ ମାନଙ୍କୁ ନେଇ ଏକ ଦିବସୀୟ ସମୀକ୍ଷା ଆଲୋଚନା ଚକ୍ର ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ଙ୍କ ସଦଭାବନା ସଭାଗୃହଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ଜନଗଣନା ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ କାର୍ଯ୍ୟ ହୋଇଥିବାରୁ ଏହାକୁ ଅତ୍ୟନ୍ତ ସତର୍କତା ଓ ନିର୍ଭୁଲ ଭାବରେ ସମ୍ପାଦନ କରିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।
ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲାର ବହୁ ବରିଷ୍ଠ ପଦାଧିକାରୀ ଯୋଗ ଦେଇ ଜନ ଗଣନା କାର୍ଯ୍ୟକୁ ସୁଚାରୁ ରୂପେ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ ।
ଏହି କର୍ମଶାଳା ରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡଷନା,
ଉପ -ଜିଲ୍ଲାପାଳ ବିନୟ କୁମାର ଭୋଇ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଜନଗଣନା କାର୍ଯ୍ୟରେ ଜଡ଼ିତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ପ୍ରଶିକ୍ଷଣ ନେଇ ଥିଲେ। କାର୍ଯ୍ୟକ୍ରମରେ ଜନଗଣନା ସମୟରେ ତଥ୍ୟ ସଂଗ୍ରହ ପ୍ରକ୍ରିୟା, ବୈଷୟିକ ଜ୍ଞାନ କୌଶଳର ବ୍ୟବହାର ଏବଂ କ୍ଷେତ୍ରସ୍ତରରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ଦାୟିତ୍ୱ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।
ଆଗାମୀ ଦିନରେ ଜିଲ୍ଲାର ପ୍ରତିଟି ପରିବାରର ସଠିକ୍ ଗଣନା ପାଇଁ ଏହି ପ୍ରଶିକ୍ଷଣ ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031