ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ବୌଦ୍ଧ ବ୍ଲକ ଟିକରପଡା ପଂଚାୟତ ପରିସରରେ ଅନୁଷ୍ଠିତ
July 28
18:42
2025
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୮/୭ : ସୋମବାର ଦିନ ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ ଶୁଣାଣୀ ବୌଦ୍ଧ ବ୍ଲକ ଟିକରପ
ଡା ପଂଚାୟତ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।
ଏହି ଶୁଣାଣୀ ରେ ସମୁଦାୟ – ୩୪ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୨୯ ଟି ବ୍ୟକ୍ତିଗତ ଓ ୫ ଗୋଟି ସାମୂହିକ ଅଭିଯୋଗ ଆସିଥିଲା । ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିବା ବେଳେ ୫ ଜଣଙ୍କୁ ପେନସନ ପ୍ରଦାନ କରାଯାଇଥିଲା ।
ଏହି ଯୁଗ୍ମ ଜନଶୁଣାଣୀ ରେ ଜ଼ିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏ ଲ, ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜ଼ିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ,ବିଡ଼ିଓ, ବୌଦ୍ଧ , ସମସ୍ତ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନଶୁଣାଣୀ ଶିବିର ରେ ଅଭିଯୋଗକାରୀ ଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା ।






