ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୭/୨ : ଗୁରୁବାର ବୌଦ୍ଧ ଜିଲ୍ଲାର ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।
ଏହି ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତଥି ରୂପେ ଯୋଗଦେଇଥିଲେ । ଏହି ସମ୍ମିଳନୀରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହେନ୍ଦ୍ର କୁମାର ସାହୁ ଅଧକ୍ଷତା କରିଥିଲେ ।
ଏହି ସମ୍ମିଳନୀରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ, ଅଧ୍ୟକ୍ଷା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରବାର କଲ୍ୟାଣ) , ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା), ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ(ମ୍ୟାଲେରିଆ), ବ୍ଲଡ ବ୍ୟାଙ୍କ ଅଧିକରୀ, କର୍ଣ୍ଣ ଗଳା ନାସା ବିଶେଷଜ୍ଞ ଓ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଗିରିଜା ପ୍ରସାଦ ମିଶ୍ର ସ୍ବାସ୍ଥ୍ୟବିଭାଗର ଅନ୍ୟାନ୍ୟ କର୍ମକର୍ତ୍ତା, ଆଶା, ଅଙ୍ଗନବାଡି କର୍ମୀ, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।
ଏହି ସମ୍ମିଳନୀରେ ୪ଟି ଆଶ, ୩ଟି କଲ୍ୟାଣ ସମିତି ୫ଟି ମହିଳା ଆରୋଗ୍ୟ ସମିତିର ଓ ୩ଟି ଉପକେନ୍ଦ୍ର ଜନ ଆରୋଗ୍ୟ ସମିତିଙ୍କୁ ଉଲ୍ଲେଖ ନୀୟ ଅବଦାନ ପାଇଁ ସମ୍ମାନିତ କରାଯାଇଥିଲା । ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଗିରିଜା ପ୍ରସାଦ ମିଶ୍ର ମଞ୍ଚ ପରିଚାଳନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।






