Indus Valley Times

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 Breaking News

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
January 18
10:23 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୮/୧: (ଶନିବାର )ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ଆସନ୍ତା ଫେବ୍ରୁୟାରୀ ୭ ତାରିଖ ରୁ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଉକ୍ତ ମେଳାରେ ୧୨୦ ଗୋଟି ଷ୍ଟଲ ଖୋଲାଯିବ ।
ତନ୍ମଧ୍ୟରେ ବୌଦ୍ଧ ଜିଲ୍ଲାର ବିଭିନ୍ନ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ୫୦ ଗୋଟି ଷ୍ଟଲ, ୨୯ ଗୋଟି ଜିଲ୍ଲାର ସ୍ୱୟଂ ସହାୟକ ଗୋଷ୍ଠୀ ପାଇଁ ୫୦ ଗୋଟି ଷ୍ଟଲ, ୧୫ ଗୋଟି ବିଭାଗୀୟ ଷ୍ଟଲ ଓ ଜରୁରୀ ସେବା ପାଇଁ ୫ ଗୋଟି ଷ୍ଟଲ ଖୋଲାଯିବ ।
ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ତହସିଲଦାର ଅନୀତା କୁମାରୀ ସାହୁ ଓ ଅନ୍ୟନ୍ୟ ଜ଼ିଲ୍ଲା ସ୍ତରୀୟ, ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031